ଭୁବନେଶ୍ୱର : ଶିଳ୍ପକ୍ଷେତ୍ରରେ ଆଉ ପାଦେ ଆଗେଇଲା ଓଡିଶା I ରାଜ୍ୟରେ ବିଦ୍ୟୁତ ଚଳିତ ଗାଡି ଓ ବ୍ୟାଟେରୀ କାରଖାନା ନିର୍ମାଣ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷର I ରାଜ୍ୟ ସରକାର ଓ ଜେଏସଡବ୍ଲ୍ୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି।
ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡ଼ି ଓ ବ୍ୟାଟେରି ନିର୍ମାଣ କାରଖାନା କରାଯିବ। ଦେଶରେ ଅଟୋମୋବାଇଲ ଶିଳ୍ପରେ ପ୍ରଥମ ଥର ପାଇଁ ପାଦ ଥାପିବ ଜେଏସଡବ୍ଲୁ । ଓଡ଼ିଶା ଶିଳ୍ପ ସମୃଦ୍ଧ ହେଉଥିବାବେଳେ ଜେଏସଡବ୍ଲୁ କଟକ ନରାଜରେ ପ୍ରତିଷ୍ଠା କରିବ ଏହି ପ୍ରକଳ୍ପ । ସିଙ୍ଗଲ ଲୋକେସନରେ ଓଡ଼ିଶାରେ ବିଶ୍ବର ସର୍ବବୃହତ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ । ସେହିପରି ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବା ସହ ଇଲେକ୍ଟ୍ରିକ ଭେହିକଲ କମ୍ପୋନେଣ୍ଟ ତିଆରି କରିବ ଜେଏସଡବ୍ଲୁ । ୫୦ ହଜାର ମେଗାଓ୍ବାଟର ବ୍ୟାଟେରୀ ମାନୁଫାକଚରିଂ ୟୁନିଟ ପ୍ରସ୍ତୁତ ହେବ । ଏଥିପାଇଁ କଟକ ଜିଲ୍ଲା ନରାଜରେ ୯ ଶହ ଏକର ଜମିରେ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିପାଇଁ ୪୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଇଭି କାରଖାନା ହେଲେ ୧୧ ହଜାର ଯୁବପିଢିଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି ହୋଇପାରିବ। ଆନୁସଙ୍ଗିକ ଶିଳ୍ପ ଉଦ୍ୟୋଗମାନଙ୍କ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି ହେବ।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)