ଭୁବନେଶ୍ୱର: ଅଗଷ୍ଟ ୨୪ : ଦେଶରେ ସୁସ୍ଥତା ହାର ସର୍ବାଧିକ ୯୭.୬୮ ପ୍ରତିଶତକୁ ବୃଦ୍ଧି ପାଇଛି । ସେହିପରି ୨୪ ଘଣ୍ଟାରେ ୩୯,୪୮୬ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାସହ ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୧୭ ଲକ୍ଷ ୨୦ ହଜାର ୧୧୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୨୫,୪୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ସହ ବର୍ତ୍ତମାନ ଦେଶରେ ସକ୍ରିୟ କରୋନା ସଂକ୍ରମିତ ସଂଖ୍ୟା ୩ ଲକ୍ଷ ୧୯ ହଜାର ୫୫୧ ରହିଛି । ଆଜି ୩୫୪ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ କରୋନାରେ ମୋଟ ୪ ଲକ୍ଷ ୩୫ ହଜାର ୧୧୦ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହେଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୯୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୫୫ ପ୍ରତିଶତ ରହିଛି । ଦେଶରେ ମୋଟ ୫୮ କୋଟି ୮୯ ଲକ୍ଷ ୯୭ ହଜାର ୮୦୫ ଜଣ ଲୋକ କରୋନା ଟିକା ନେଇସାରିଲେଣି ।
Comments are closed.