ବିମାନ ବନ୍ଦରରେ ସହିଦ୍‌ ଯବାନ; ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜୁନ ୧୮:ଭୁବନେଶ୍ୱରରେ ପହଞ୍ଚିଲା ସହିଦ ଯବାନଙ୍କ ପାର୍ଥିବ ଶରୀର । ବିଜୁପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରେ ପୂର୍ବ ଲଦାଖର ଗଲଓ୍‌ାନ ଉପତ୍ୟକାରେ ସହିଦ ହୋଇଥିବା ଓଡ଼ିଆ ଦୁଇ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନ୍‌ଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ବୀର ଯବାନଙ୍କ ମରଶରୀରରେ ଶ୍ରଦ୍ଧାଞ୍ଜଳି ଦିଆଯିବା ସମୟରେ ବହୁ ନେତା, ମନ୍ତ୍ରୀ ଓ ପୁଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ କନ୍ଧମାଳ ସାଂସଦ ଅଚୁ୍ୟତ ସାମନ୍ତ, ବିଧାୟକ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ସହିଦଙ୍କ ମରଶରୀରରେ ଶ୍ରଦ୍ଧାଞ୍ଜଳି ଦିଆଯିବା ପରେ ଏହା କନ୍ଧମାଳ ଓ ମୟୂରଭଞ୍ଜ ଅଭିମୁଖେ ଯାଇଥିଲା । ଜନ୍ମଭୂମିରେ ମରଶରୀର ପହଞ୍ଚିବା ପରେ ସହିଦ ଯବାନଙ୍କୁ ପରିବାର ଓ ବନ୍ଧୁବର୍ଗ, ଗ୍ରାମବାସୀ ତଥା ସ୍ଥାନୀୟ ଅଞ୍ଚଳର ଲୋକେ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହା ପରେ ଗାଁ ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସେମାନଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି ।
ସୂଚନାଯୋଗ୍ୟ, ଗଲଓ୍‌ବାନ ଉପତ୍ୟକାରେ ଚଳିତ ମାସ ୧୫ ଓ ୧୬ ତାରିଖ ରାତିରେ ୨୦ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ । ଏଥିରେ ଓଡ଼ିଶାରୁ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍‌ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନ (୨୮) ଓ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡଚମ୍ପାଉଦା ଗ୍ରାମର ସ୍ୱର୍ଗତ କାହ୍ନì ସୋରେନଙ୍କ ପୁଅ ନନ୍ଦୁରାମ (୪୩) ଥିଲେ ।

Comments are closed.