ଭୁବନେଶ୍ୱର: ଅଗଷ୍ଟ ୨୭: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଆଗାମୀ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ସୂଚନା ଦେଇଛି । ତେବେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ଦୁଇ ଦିନ ପୂର୍ବରୁ ଏହି ଲଘୁଚାପ ସମ୍ପର୍କରେ ପୂର୍ବ ସୂଚନା ଦେଇସାରିଥିଲା ।
ଆଇଏମ୍ଡି ସୂଚନା ଅନୁସାରେ, ଆଜି ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇପାରେ । ଆସନ୍ତା କାଲି ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ପ୍ରଭାବରୁ ଆସନ୍ତା ଦୁଇ ଦିନ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ତେଲେଙ୍ଗାନାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
Comments are closed.