ନବରଙ୍ଗପୁର : ସେପ୍ଟେମ୍ବର ୩: : ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ ବଳବତ୍ତର ରହିଛି । ପରମ୍ପରା ନାମରେ କିଶୋରୀ ବାଳିକା ମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ । ପରିପକ୍ୱ ବୟସ ପୂର୍ବରୁ ମାତୃି ଲାଭକରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା । ତେବେ ଜିଲ୍ଲା ରେ ଏହି ଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ତପ୍ତରତା ପ୍ରକାଶ ପାଇଛି । ସମଗ୍ର ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହର ସମାପ୍ତି ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନେ୍ୱଷୋ ଅଭିଯାନ । ସମଗ୍ର ନବରଙ୍ଗପୁର ଜିଲ୍ଲାକୁ ୨୦୨୪ ମସିହା ସୁଧା ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନେ୍ୱଷା ଅଭିଯାନ ମାଧ୍ୟମରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ , ଶିଶୁ ସୁରକ୍ଷା ୟୁନିଟି , ୟୁନିସେଫ ଓ ଆକ୍ସନଏଡ ସଂସ୍ଥା ର ମିଳିତ ପ୍ରୟାସ ରେ ଏକ ଯୋଜନା ବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟବିବାହ କୁ ବନ୍ଦ କରାଯାଇବା ନିମନ୍ତେ ପ୍ରୟାସ ଜାରି ରହିଛି । ବିଶେଷ କରି ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ , ସରପଞ୍ଚ ,ୱାର୍ଡମେମ୍ବର ,ସ୍ୱଂସହାୟକ ଦଳ ମାନଙ୍କ ସହିତ ବାଲ୍ୟ ବିବାହ ର କୁପରିଣାମ ବୈଠକ , ବାଲ୍ୟବିବାହ ମୁକ୍ତ ଗ୍ରାମ ଗଠନ ଓ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ମାସର ସମସ୍ତ ଶନିବାର ଦିନ କିଶୋରୀ ମାନଙ୍କର ବୈଠକ କରାଯାଇ ନାବାଳିକା ବିବାହର କୁପରିଣାମ , ରକ୍ତ ହୀନତା ର ମୁକାବିଲା , ସ;ୁଳିତ ଆହାର ଓ ଶିଶୁ ଅଧିକାର ଉପରେ ବ୍ୟାପକ ଭାବରେ ଆଲୋଚନା କରାଯିବା ସହିତ ଲୋହସାର ବଟିକା କୁ କିଶୋରୀ ମାନେ ସେବନ କରିବାକୁ ଦିଆଯାଉଛି । ଏହାର ପ୍ରଭାବରେ ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ , ସରପଞ୍ଚ ,ୱାର୍ଡମେମ୍ବର ,ସ୍ୱଂସହାୟକ ଦଳ ମାନେ ଜିଲ୍ଲାର ବିଭିନ୍ନ ଗ୍ରାମ ଗୁଡିକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିବା ପାଇଁ ଜିଲ୍ଲାପାଳଙ୍କୁ ସିଡିପିଓଙ୍କ ଜରିଆରେ ଆବେଦନ କରିବାପରେ , ଜିଲ୍ଲାପାଳ ଡଃ ମିଶ୍ର ଜିଲ୍ଲାର ମୋଟ ୧୩୩ ଟି ଗ୍ରାମକୁ ଆନୁଷ୍ଟାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରିଛନ୍ତି ।ଜଏହି ଗ୍ରାମ ଗୁଡିକ ମଧ୍ୟରେ ନନ୍ଦାହାଣ୍ଡି ବ୍ଲକରେ ୧୬ ଟିଗାଁ , କୋଷାଗୁମୁଡା ବ୍ଲକରେ ୧୨ ଟି ଗାଁ , ଉମରକୋଟ ବ୍ଲକ ରେ ୬୧ ଟି ଗାଁ , ରାଇଘର ବ୍ଲକ ରେ ୨ ଟି ଗାଁ ଓ ତେ;ୁଳିଖୁଣ୍ଟି ବ୍ଲକରେ ୪୨ ଟି ଗାଁ ଗ୍ରାମ ଅନ୍ତର୍ଭୁକ୍ତ ରହିଛି । ସେହିପରି ସମଗ୍ର ନବରଙ୍ଗପୁର ଜିଲ୍ଲାରେ ଗତବର୍ଷ ନଭେମ୍ବର ମାସରେ ୫ଟି ଗ୍ରାମ ,ଚଳିତ ବର୍ଷ ଏପ୍ରିଲ ମାସରେ ୪୭ ଟି ଗ୍ରାମ , ମେ ମାସରେ ୩୬ ଗ୍ରାମ , ଜୁଲାଇ ମାସରେ ୮୪ ଟି ଗ୍ରାମ , ଅଗଷ୍ଟ ୧୦୯ ଟି ଗ୍ରାମ ଓ ସେପେଫମ୍ବର ୧୩୩ ଟି ଗ୍ରାମ କୁ ମିଶାଇ ମୋଟ ୪୧୪ ଟି ଗ୍ରାମ କୁ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରାଯିବ ।
Comments are closed.