ଭୁବନେଶ୍ୱର : ସାବିତ୍ରୀ ବ୍ରତ ଛୁଟିରେ ପରିବର୍ତନ । ମେ’ ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ସୂଚନାନୁସାରେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖ ସୋମବାର ଦିନ ୧୨ ଟା ପରେ ଅମାବାସ୍ୟା ତିଥି ପ୍ରବେଶ କରୁଥିବାରୁ ସେହିଦିନ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଥିବା ବଳେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ ।