ଭୁବନେଶ୍ୱର: ଅଗଷ୍ଟ ୧୧: ଆସନ୍ତା ଦୁଇରୁ ତିନି ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ଦିଆଯାଇଛି । ଅଧିକାଂଶ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ନୂଆପଡ଼ା, ସୋନପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, କଟକ ଓ ଯାଜପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ।
ସେହିଭଳି ୧୧ରୁ ୧୨ ତାରିଖ ଯାଏଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବର୍ଷା ନେଇ ପାଣିପାଗ ବିଭାଗ ଏବେ ୟେଲୋ ୱାର୍ଣ୍ଣିଂ ଜାରି କରୁଥିଲା ବେଳେ ଭବିଷ୍ୟତରେ ରାଜ୍ୟରେ ଏକ ବଡ଼ ମରୁଡ଼ି ଆଶଙ୍କା କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହେଉଥିଲା ବେଳେ ୧ ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଛି । ମୌସୁମୀ ସକ୍ରିୟ ହେବା ପରେ ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ହୁଏ । ତେବେ ଚଳିତ ବର୍ଷ ଚାରୋଟି ଲୋ’ ପ୍ରେସର ଆସିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଗୋଟିଏ ଲୋ’ ପ୍ରେସର ଫର୍ମେସନ ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ସ୍ଥିିତି ଲାଗି ରହିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
Comments are closed.