ଭୁବନେଶ୍ୱର : ଜୁଲାଇ ୩୧:ଅଗଷ୍ଟ ୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଫଳରେ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଳାରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅଧିକାଂଶ ଜିଲ୍ଳାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧ ତାରିଖରେ ସୁନ୍ଦରଗଡ, କେନ୍ଦୁଝରଳ ମୟୁରଭଂଜ,ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଗଂଜାମ, ଗଜପତି, ରାୟଗଡା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨ ଅଗଷ୍ଟରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡା,ବରଗଡ ଏବଂ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୩ ଅଗଷ୍ଟରୁ ମାଲାକାନଗିରି, କୋରାପୁଟ, ଗଞ୍ଜାମ, ବଲାଙ୍ଗୀର, ଦେବଗଡ, ଅନୁଗୁଳ, କେନ୍ଦୁଝର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed.