ପଞ୍ଚମ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର: ଫେବୃଆରୀ ୨୪: ଆଜି ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ଭୋଟ୍ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଶେଷ ପର୍ଯ୍ୟାୟରେ ୧୩୧ଟି ଜିଲ୍ଲା ପରିଷଦ ଜୋନ ଏବଂ ଏହା ଅଧିନରେ ଆସୁଥିବା ୯୭୫ ପଂଚାୟତରେ ମତଦାନ ହେଉଛି ।ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି । ପୂର୍ବ ୪ଟି ପର୍ଯ୍ୟାୟରେ ବହୁ ସ୍ଥାନରେ ହିଂସା, ଅନିୟମିତତା ଦୃଷ୍ଟିରୁ ଶେଷ ପର୍ଯ୍ୟାୟ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସାରିବାକୁ ବ୍ୟାପକ ବ୍ୟବସ୍ଥା ହୋଇଛି ।

Comments are closed.