୨୪ ଘଣ୍ଟାରେ ଦେଶରେ ୨୩, ୫୨୯ କରୋନା ସଂକ୍ରମିତ ଓ ୨୮,୭୧୮ ସୁସ୍ଥ

ଦିଲ୍ଲୀ: ସେପ୍‌ଟେମ୍ବର ୩୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩, ୫୨୯ ରହିଛି । ଆଜିର ନୂଆ ଚିହ୍ନଟଙ୍କୁ ମିଶାଇ ଏବେ ଦେଶରେ ମୋଟ ୩ କୋଟି ୩୭ ଲକ୍ଷ ୩୯ ହଜାର ୯୮୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୮, ୭୧୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୮୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୨୦ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୩୧୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୮ ହଜାର ୬୨ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୭୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୫୬ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୮୮. ୩୪ କୋଟିରୁ ଅଧିକ କରୋନା ଟୀକା ନେଇ ସାରିଲେଣି ।

Comments are closed.