୨୪ ଘଣ୍ଟାରେ ରାଜ୍ୟରେ ୪୦୭ ଜଣ କରୋନା ସଂକ୍ରମିତ ଏବଂ ୬ ମୃତ

ଭୁବନେଶ୍ୱର: ଅକ୍‌ଟୋବର ୦୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪, ୪୧୯ ସ୍ୱାବ ଟେଷ୍ଟ ମଧ୍ୟରୁ ୪୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୮ ହଜାର ୩୬୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୦୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୧୮ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ୨୪ ଘଣ୍ଟାରେ ରାଜ୍ୟରେ ୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତୁ୍ୟଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୨୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୦୭୫ ରହିଛି ।

 

Comments are closed.