ଦିଲ୍ଲୀ: ଅକ୍ଟୋବର ୦୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮, ୮୩୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୪, ୭୭୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୯୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୧ ଲକ୍ଷ ୭୫ ହଜାର ୬୫୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୬୮୭ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୭୮ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୯ ହଜାର ୫୩୮ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୬୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୩୪ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୯୨.୧୭ କୋଟିରୁ ଅଧିକ କରୋନା ଟୀକା ନେଇ ସାରିଲେଣି ।
Comments are closed.