ଦିଲ୍ଲୀ: ଅକ୍ଟୋବର ୦୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧,୨୫୭ ରହିଛି । କରେଳରେ ସର୍ବାଧିକ ୧୨,୨୮୮ ସଂକ୍ରମିତଙ୍କ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୪,୯୬୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୯୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୨ ଲକ୍ଷ ୨୫ ହଜାର ୨୨୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୪୦ ହଜାର ୨୨୧ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୭୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୦ ହଜାର ୧୨୭ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୬୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୫୩ ପ୍ରତିଶତ ରହିଛ
Comments are closed.