ଦିଲ୍ଲୀ: ଅକ୍ଟୋବର ୨୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬, ୩୨୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୭, ୬୭୭ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮.୧୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୫ ଲକ୍ଷ ୩୨ ହଜାର ୧୨୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୭୨୮ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୬୬୬ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । କେରଳରେ ସର୍ବାଧିକ ୨୯୧ ଜଣଙ୍କର ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୩ ହଜାର ୭୦୮ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୨୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୦୧.୩୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.