୨୪ ଘଣ୍ଟାରେ ରାଜ୍ୟରେ ୪୨୫ କରୋନା ସଂକ୍ରମିତ ଓ ୪୧୦ ସୁସ୍ଥ

ଭୁବନେଶ୍ୱର: ଅକ୍‌ଟୋବର ୨୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪, ୭୦୯ ସ୍ୱାବ ଟେଷ୍ଟ ମଧ୍ୟରୁ ୪୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୮ ହଜାର ୮୩୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୪୧୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୫ ହଜାର ୯୧୭ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୧୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୫୫୪ ରହିଛି ।

 

 

 

 

Comments are closed.