ଦିଲ୍ଲୀ: ଅକ୍ଟୋବର ୨୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪, ୩୪୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୩, ୧୯୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୧୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୬ ଲକ୍ଷ ୨୭ ହଜାର ୬୩୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୬୧ ହଜାର ୩୩୪ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୮୦୫ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୭ ହଜାର ୧୯୧ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୧୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୧୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୦୪.୮୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.