ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୬୭, ୦୮୪ ସଂକ୍ରମିତ ଚିହ୍ନଟ

ଦିଲ୍ଲୀ: ଫେବୃଆରୀ ୧୦ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ୦୮୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୬୭ ହଜାର ୮୮୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୬. ୯୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୧ ଲକ୍ଷ ୮୦ ହଜାର ୭୫୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭ ଲକ୍ଷ ୯୦ ହଜାର ୭୮୯ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୬. ୫୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୪ .୪୪ ପ୍ରତିଶତ ରହିଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୧, ୨୪୧ ଜଣ ପ୍ରାଣ ହରାଛନ୍ତି ।
ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୧. ୨୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.