ରାଜ୍ୟ ବିଜେପି ଦଳର ୪୨ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଅପ୍ରେଲ ୦୬: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଦଳୀୟ ପତାକା ଉତ୍ତୋଳନ କରି ବନ୍ଦେ ମାତରମ ଗାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବରିଷ୍ଠ ବିଜେପି ନେତା ଏବଂ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ଯୋଜନା ରାଜ୍ୟର ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ସହ ସମୃଦ୍ଧ ଓଡିଶା ଗଠନ କରିବାକୁ ସଂକଳ୍ପ ନିଆଯାଇଛି ବୋଲି ରାଜ୍ୟ ସଭାପତି କହିଛନ୍ତି । ୨୦୨୪ ପାଇଁ ରୋଡ଼ମ୍ୟାପ ପ୍ରସ୍ତୁତ ଚାଲିଛି । ଖୁବଶୀଘ୍ର କେନ୍ଦ୍ରୀୟ ନେତୃତ୍ୱ ଓଡିଶା ଆସିବେ । କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଏ ବିଷୟରେ ଆଲୋଚନା କରାଯିବାର ସମସ୍ତ କାର୍ଯ୍ୟକ୍ରମ ରହିଛି ।

Comments are closed.