ଦେଶରେ ବଢ଼ୁଛି କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨, ୫୨୭ ସଂକ୍ରମିତ ଓ ୩୩ ମୃତ

ଦିଲ୍ଲୀ: ଏପ୍ରିଲ ୨୩ : ଦୁଇ ଦିନ ହେବ ଦେଶରେ କରୋନ ଗ୍ରାଫ୍‌ ପୁଣି ବଢ଼ିବାରେ ଲାଗିଛି । ଯାହା ଏକ ଚିନ୍ତାଜନକ କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୨୭ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୫୪ ହଜାର ୯୫୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୬୫୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୧୭ ହଜାର ୭୨୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୩୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୨ ହଜାର ୧୪୯ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୬ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୭. ୪୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.