ଦିଲ୍ଲୀ: ମେ ୧୮: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୮୨୯ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୨୭ ହଜାର ୧୯୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୫୪୯ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୮୭ ହଜାର ୨୫୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୩୩ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୨୯୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
Comments are closed.