ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି । ଯାହା ଧୀରେ ଧୀରେ ଦକ୍ଷିଣପଶ୍ଚିମ ଦିଗରେ ଗତିଶୀଳ ରହିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଶେଷ କରି ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କାରାଯାଇଛି ।
ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷାର ସମ୍ଭାବନା (୭ ରୁ ୨୦ ସେମି ) ପାଇଁ ଜାରିହେଲା ଅରେଞ୍ଜ ୱାର୍ଣ୍ଣିଙ୍ଗ,
୧୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ
ପ୍ରଭାବିତ ହେବ ମାଟି ରାସ୍ତା, ଚାଳଘର, ମାଟିକାନ୍ଥ ପଡିବା ସମ୍ଭାବନା pic.twitter.com/rjvZParDVi
— Meteorological Centre, Bhubaneswar (@mcbbsr) August 23, 2022
ସେହିପରି ରାଜ୍ୟର ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।
ଅନ୍ୟପଟରେ, ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା- ସୁନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଙ୍କୋନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା ।
Comments are closed.