ଜଳୁଛି ଓଡିଶା,ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟର ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ଲହରୀ I ପାଣିପାଗ ପରିବର୍ତନର କୌଣସି ସମ୍ଭାବନା ନାହିଁ Iଆଉ ୫ ଦିନ ଯାଏଁ ପ୍ରଚଣ୍ଡ ଖରା ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଲାଗିରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି I ସମ୍ବଲପୁର ଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ଦଶମିକ ୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଆଉ କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବାର ଜଣାପଡ଼ିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଓ ଭଦ୍ରକର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଜାରି ରହିଛି । ଏହି ସମୟରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

Comments are closed.