ଭୁବନେଶ୍ୱର : ଅଣ ଅନୁସୂଚିତଙ୍କୁ ଜମି ହସ୍ତାନ୍ତରକୁ ନେଇ କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ । ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର କରିବା ପାଇଁ ହୋଇଥିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି । ଗତ କ୍ୟାବିନେଟ ବୈଠକରେ ଏ ନେଇ ଜନଜାତିଙ୍କୁ ଅନୁମତି ମିଳିଥିବା ବେଳେ ବର୍ତ୍ତମାନ ଏହାକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି। ସୋଶାଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ ଲାଗିଥିବା ସେ କହିଛନ୍ତି ।
The proposed Amendment to
Regulation-2 of 1956 discussed in
the Cabinet meeting held on 14th
November 2023, regarding transfer of Tribal lands has been withhold.— SUDAM MARNDI (@MarndiSudam) November 16, 2023
ସୂଚନା ଅନୁସାରେ, ନଭେମ୍ବର ୧୪ ତାରିଖରେ ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର କରିବା ନେଇ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । କ୍ୟାବିନେଟରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଆଦିବାସୀ ଜମି ହସ୍ତାନ୍ତର ପାଇଁ ଆଇନରେ ସଂଶୋଧ ହୋଇଥିଲା । ଯାହାଦ୍ୱାରା ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି ଜଣେ ଅଣ ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସଂପତ୍ତି ହସ୍ତାନ୍ତର କରିପାରିବେ । ତେବେ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚଶିକ୍ଷା, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ନିଜ ଜମିକୁ ବନ୍ଧକ ରଖି ଋଣ ଆଣିପାରିବେ । ଏହାସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସମ୍ପତ୍ତି ହସ୍ତାନ୍ତର କରିପାରିବେ । ଏନେଇ କ୍ୟାବିନେଟ ନିଷ୍ପତ୍ତି ହେବା ପରେ ଏହାକୁ ନେଇ ତେଜିଥିଲା ରାଜନୀତି । ଉଭୟ କଂଗ୍ରେସ ଓ ବିଜେପି ପକ୍ଷରୁ ଏହି ନିଷ୍ପତ୍ତିକୁ କଡା ବିରୋଧ କରାଯାଇଥିଲା । ବିବାଦ ବଢିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି । ଜମି ହସ୍ତାନ୍ତର କରିବା ନିଷ୍ପତ୍ତିକୁ ସ୍ଥଗିତ ରଖିବା ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ନୂଆ ନିଷ୍ପତ୍ତିକୁ ନେଇ ରାଜ୍ୟ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୂଚନା ଜାରି କରିଛନ୍ତି ।
Comments are closed.