୧ ଟଙ୍କା ବଢିବ ମିଡ଼ ଡେ ମିଲ ସହାୟତା ରାଶି

ଭୁବନେଶ୍ୱର : ଟଙ୍କାଏ ବଢିବ ପିଲାଙ୍କ ମିଡ଼ ଡେ ମିଲ ସହାୟତା ରାଶି । ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଦରଦାମ ବୃଦ୍ଧିକୁ ଦେଖି ମିଡ୍ ଡେ ମିଲ୍ ପିଛା ଦାମ ୧ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ରାଜ୍ୟ ସରକାର ଖୁବଶୀଘ୍ର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ସୂଚନାନୁସାରେ, ଦୀର୍ଘ ଦିନ ଧରି ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ୍ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର ।

Comments are closed.