ରାଜ୍ୟରେ ଆଉ ୬୫ କରୋନା ପଜେଟିଭ୍‌ ଚିହ୍ନଟ

ଭୁବନେଶ୍ୱର: May 16: ଆଜି ରାଜ୍ୟରେ ପୁଣି ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି ।
ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ, ଯାଜପୁର ଜିଲ୍ଲାରୁ ୩୧ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦ ଜଣ ପଶ୍ଚିମବଙ୍ଗ ଓ ଜଣେ ଝାଡ଼ଖଣ୍ଡ ଫେରନ୍ତା ଅଛନ୍ତି । ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ।
ଗଞ୍ଜାମ ଜିଲ୍ଲାରୁ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି । ଏମାନଙ୍କ ମଧ୍ୟରୁ ୧୨ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିବାବେଳେ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରେ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ୨ ଜଣ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି । ସୂଚନା ଅନୁଯାୟୀ, ୩ ଜଣଙ୍କ ମଧ୍ୟରୁ ୨ ଜଣ ପଶ୍ଚିମବଙ୍ଗ ଓ ସୁରଟରୁ ଫେରିଛନ୍ତି । ତୃତୀୟ ଜଣକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ।
ପୁରୀ ଜିଲ୍ଲାରେ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ଏବଂ ପଶ୍ଚିମବଙ୍ଗରୁ ଫେରିଛନ୍ତି ।
ନୟାଗଡ଼ ଜିଲ୍ଲାରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁହେଁ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ଏବଂ ସୁରଟରୁ ଫେରିଛନ୍ତି ।
କଟକ ଜିଲ୍ଲାରେ ଆଜି ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ଅହମଦାବାଦରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ।
ମୟୂରଭଞ୍ଜ ଜିଲ୍ଲାରେ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଉଭୟେ ସୁରଟରୁ ଫେରିଥିବା ବେଳେ ଦୁହିଁଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି ।
କେନ୍ଦ୍ରାପଡ଼ାରେ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ।

Comments are closed.