ସୁଭଦ୍ରା ପାଇଁ ହେବ ଡୋର ଟୁ ଡୋର ସର୍ଭେ

0

ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ନାହିଁ ଯୋଗ୍ୟ ହିତାଧିକାରୀ । ଏଥିପାଇଁ ଡୋର ଟୁ ଡୋର ହେବ ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଯେ ଡୋର ଟୁ ଡୋର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ଏବେ ସୁଦ୍ଧା ସୁଭଦ୍ରାରେ କୋଟିଏ ୮ ଲକ୍ଷ ମହିଳା ଆବେଦନ କରିଛନ୍ତି । ସେଥିରୁ ୫ ଟି ପର୍ଯ୍ୟାୟରେ ପ୍ରାୟ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯିବ। ଆସନ୍ତାକାଲି କୋଟିଏ ପାର କରିବ ସୁଭଦ୍ରା ହିତାଧିକାରୀ ।

ସେହିପରି ଫିଲଡ଼ ଭେରିଫିକେସନ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ଏକସଙ୍ଗେ ୩ଟି କିସ୍ତି ମିଳିବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ତାରିଖ । ସର୍ଭେ ସରିବା ଯାଏଁ ଆବେଦନ ପ୍ରକ୍ରିୟାକୁ ବନ୍ଦ କରାଯିବ । ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନେ, ଏକାଥରେ ସେମାନେ ସୁଭଦ୍ରାର ତିନୋଟି କିସ୍ତି ପାଇବେ ।

ସୂଚନାନୁସାରେ,ମହିଳାଙ୍କ ସୁବିଧା ପାଇଁ ୫ମ ପର୍ଯ୍ୟାୟ ସୁଭଦ୍ରା ଯୋଜନା ସହାୟତା ମିଳିବାକୁ ଯାଉଛି। ଚଳିତ ମାର୍ଚ୍ଚ ୬ ତାରିଖରେ ୧ମ କିସ୍ତି ଏବଂ ମାର୍ଚ୍ଚ ୮ ତାରିଖ (ଅନ୍ତର୍ଜାତୀୟ ମହିଳା ଦିବସ) ରେ ୨ୟ କିସ୍ତି ପ୍ରଦାନ କରାଯିବ।

 

Leave A Reply

Your email address will not be published.