ଆସନ୍ତା ୨୮ରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା

ଭୁବନେଶ୍ୱର: ଜୁଲାଇ ୨୬: ବଙ୍ଗେପସାଗରର ଉତ୍ତର ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର-ଉପକୂଳରେ ଲଘୁଚାପ ଜନିତ ନିମ୍ନ ଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଭାଗ ସୂଚନା ଅନୁସାରେ, ଜୁଲାଇ ୩୧ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟର କେତେକ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା-ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଏବଂ ଭଦ୍ରକ । ଏହି ସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ,ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନମାନଙ୍କରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.