ଆସୁଛି ଆଉ ଏକ ଲଘୁଚାପ,୭ ଟି ଜିଲ୍ଲାକୁ ହାଇ ଆଲର୍ଟ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ I ଲଘୁଚାପ ଏବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର I ଏହା ଧିରେ ଧିରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗ ଅଞ୍ଚଳରେ ଅବପାତ ରୂପ ନେବ ।

ଏହାସହ ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ଓଡ଼ିଶାର ୭ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ। ଏହିସବୁ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Comments are closed.