ଭୁବନେଶ୍ୱର: ଶେଷ ହେଲା ସବୁ ପ୍ରତୀକ୍ଷାର ଅନ୍ତ । ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ । ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସଙ୍କୁ ନୂଆ ପିସିସି ମୁଖିଆ ଭାବେ ନିଯୁକ୍ତ କରିଛି ଏଆଇସିସି । ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ପ୍ରେସ ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛନ୍ତି ।
ତେବେ ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ, କଂଗ୍ରେସର ସମସ୍ତ କମିଟିକୁ ଭାଙ୍ଗି ଦେଇଥିଲେ ହାଇକମାଣ୍ଡ । ଏହାପରେ ପିସିସି ସଭାପତି ପଦରୁ ହଟିଥିଲେ ଶରତ ପଟ୍ଟନାୟକ । ଏହାପରେ ଦୀର୍ଘ ଦିନ ବିତିଯାଇଥିଲେ ବି, କଂଗ୍ରେସ ନିଜର ମୁଖିଆ ବାଛିପାରିନଥିଲା ।
ଖାସ୍ କରି କିଏ କଂଗ୍ରେସର ନୂଆ ଓଡ଼ିଶା ମୁଖିଆ ହେବ, ତାକୁ ନେଇ ଚର୍ଚ୍ଚା ବଢିଥିଲା। ଆଉ ଏହାରି ଭିତରେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି କଂଗ୍ରେସର ହାଇକମାଣ୍ଡ ।
![Har Ghar Tiranga](https://samayalive.in/wp-content/uploads/2025/01/Odia.jpeg)