ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥି ଭାବେ ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହାଙ୍କୁ ଚୟନ କରିଛି । ସେ ୧୬ ତାରିଖ ଦିନ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି ।
ବର୍ଷା ଇତିହାସରେ ସ୍ନାତକୋତ୍ତର କରିବା ପରେ ବେଙ୍ଗାଲୁରୁରେ ଆଇନରେ ସ୍ନାତକ କରିଛନ୍ତି । ତେବେ ରାଜନୀତି କ୍ଷେତ୍ରରେ ସେ ପ୍ରଥମ ଥର ପାଦ ଦେଇଛନ୍ତି । ପଦ୍ମପୁର ଉପନିର୍ବାଚନ ପାଇଁ ଟିକେଟ ମିଳିବା ପରେ ତାଙ୍କ ଉପରେ ବିଶ୍ୱାସ ଓ ଭରସା ରଖି ତାଙ୍କୁ ପ୍ରାର୍ଥୀ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ବର୍ଷା ସିଂ ବରିହା ଧନ୍ୟବାଦ ଜଣାଇଛନ୍ତି ।
ଅନ୍ୟପକ୍ଷରେ ପଦ୍ମପୁର ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ବିଜେପିର ପ୍ରାର୍ଥୀ ହୋଇଛନ୍ତି । ଏ ସଂକ୍ରାନ୍ତରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବିଧିବଦ୍ଧ ଘୋଷଣା କରିଥିଲା । ସେହିପରି ସତ୍ୟଭୂଷଣ ସାହୁଙ୍କୁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ କରାଯାଇଛି । ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ ତାରିଖରେ ପରଲୋକ ହେବା ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଛି ।
Comments are closed.