ମିଶନ ଶକ୍ତି ମାଆମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମାଆମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମାଆମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମିଶନ ଶକ୍ତି ମାଆମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମାଆମାନଙ୍କ କାର୍ଯ୍ୟର ପ୍ରଶଂସା କରି କହିଥିଲେ ଯେ, ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି । ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ୱ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଓ ଭରସାକୁ ସାକାର କରିପାରିଛନ୍ତି । ଜାତୀୟ ପତାକା ତିଆରି ପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମାଆମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ । ମିଶନ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ଆଜି ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ ।

ମିଶନ ଶକ୍ତି ମାଆମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ସୂଚନାଯୋଗ୍ୟ ଯେ,ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମାଆମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

Comments are closed.