ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଆଶ୍ୱସ୍ତି । ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଏନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି ।
ସୂଚନା ଥାଉ ଯେ, ମାର୍ଚ୍ଚ ୧୨ ତାରିଖ ଦିନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବାବେଳେ ବାଣପୁର ବ୍ଲକ ଅଫିସ୍ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଯାହାପରେ ସାଧାରଣ ଜନତାଙ୍କ ସମେତ କିଛି ପୋଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଥିଲେ । ଏନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଥିଲା । ଏହାପରେ ମାର୍ଚ୍ଚ ୨୩ରେ ଗିରଫ ହୋଇଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ।
Comments are closed.