ଗୁଜରାଟ: ସେପ୍ଟେମ୍ବର ୧୧: ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଇସ୍ତଫାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନି । ସେ ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ବିଜେପି ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଅଧୀନରେ ରହି ସେ ଆଗକୁ କାର୍ଯ୍ୟ ଜାରି ରଖିବେ ବୋଲି ସୂଚନା ଦେଇଛନ୍ତି । ଆଗକୁ ଗୁଜରାଟର ୨୦୨୨ ବିଧାନସଭା ନିର୍ବାଚନ ଆସୁଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତାଫା ଗୁଜରାଟର ରାଜନୀତିରେ ହଇଚଇ ସୃଷ୍ଟି କରିଛି । ଏନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି- ଗୁଜରାଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଆଶା କରାଯାଇ ସବୁବେଳେ ନିର୍ବାଚନ ଚାଲେ ୨୦୨୨ ନିର୍ବାଚନ ମଧ୍ୟ ଏହିପରି ଚାଲିବ ।
Comments are closed.