ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଜୁନ ୨୯: ଆସନ୍ତା ୫ ଦିନ ଅର୍ଥାତ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨ ଦିନରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ପ୍ରବଳ ବର୍ଷା ଓ କାଳବୈଶାଖୀକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରଶାସନିକ ପ୍ରସ୍ତୁତି କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Comments are closed.