ମଙ୍କିପକ୍ସ ସ୍ଥିତିକୁ ନେଇ ଅପରାହ୍ନରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟରେ ମଙ୍କିପକ୍ସ ସ୍ଥିତି ସଂପର୍କରେ ଆଜି ଅପରାହ୍ନ ୪.୩୦ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଉକ୍ତ ବୈଠକରେ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ, ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର, ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଓ ଡିଏମ୍‌ଇଟି ପ୍ରମୁଖ ଉପସ୍ଥିତ ରହିବେ ।

ସୂଚନା ଥାଉଯେ, କେନ୍ଦ୍ର ସରକାର ମଙ୍କିପକ୍ସ ରୋଗୀଙ୍କ ପାଇଁ ନିର୍ଦ୍ଦେଶାବଳି ଜାରି କରିଛନ୍ତି । ଦେଶରେ ଏଯାବତ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି । ବିଶ୍ୱବ୍ୟାପୀ ୧୬ ହଜାର ମଙ୍କିପକ୍ସ ମାମଲା ଚିହ୍ନଟ ହେବାପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ୱିକ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା କରିଛନ୍ତିଛ । ତେବେ ଭାରତରେ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହେବାରୁ ସରକାର ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ।

Comments are closed.