ଗୁଳୁଗୁଳିରେ କଲବଲ ରାଜ୍ୟବାସୀ, ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

0

ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରେ କଲବଲ ରାଜ୍ୟବାସୀ । ଆହୁରି ୨୪ ଘଣ୍ଟା ଗ୍ରୀଷ୍ମ ପ୍ରବାହ ବଢିବ। ଫଳରେ ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ୮ ଜିଲ୍ଲାକୁ ହିଟ୍ ୱେଭ୍ ଜାରି କରିଛି ପାଣିପାଗ ବିଭାଗ।

ସେହି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, ବଲାଙ୍ଗୀର,ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା ଓ ଢେଙ୍କାନାଳ । ସେହିପରି ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା । ସେହିପରି ରବିବାର କିଛି ଜିଲ୍ଲାରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡା ଏହି ୬ ଜିଲ୍ଲାକୁ ପ୍ରବଳ ଖରା କୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।

ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ଝାରସୁଗୁଡ଼ାରେ ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ୪୧.୬, ହୀରାକୁଦ ୪୧.୨, ରାଉଲକେଲା ଓ ଚାନ୍ଦବାଲି ୪୦.୪ ଓ ଭୁବନେଶ୍ୱର ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

 

Leave A Reply

Your email address will not be published.