ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନା,ଧାରଣାରେ ବସିଲେ ଗଣମାଧ୍ୟମ ପ୍ରତିନିଧି

0

ଭୁବନେଶ୍ୱର : ସାମ୍ବାଦିକଙ୍କୁ ମୋବାଇଲ କଟକଣା । ବିଧାନସଭା ପ୍ରେସ୍‌ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଛି । ବିଧାନସଭା ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗତକାଲିର ଘଟଣା ପରେ, ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯିବା ସହିତ, ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ।

ସୂଚନାନୁସାରେ, ଗତ ୨ ଦିନ ପୂର୍ବରୁ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ରାଜ୍ୟ କୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ । ଏହାକୁ ନେଇ ଗତକାଲି ବିଧାନସଭା ଭିତରେ କଂଗ୍ରେସ ବିଧାୟକ ତରାବାହିନୀପତି ଏବଂ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କଲର ଭିଡା ଭିଡି ହୋଇ ହାତାହାତି ହୋଇଥିଲେ । ଏପରିକି ତାରାବାହିନୀପତି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିଯାଇ ମାଇକ ଭାଙ୍ଗି ଦେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ, ଯାହାର ଖବର ପ୍ରସାରଣ କରିଥିଲା ଗଣମାଧ୍ୟମ । ବିଧାୟକମାନଙ୍କର ମାରପିଟ୍ ହେବା ଭିଡିଓ ଭାଇରାଲ ପରେ ଆଜି ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ତେବେ ଆଜି କଟକଣା ହେବା ଦ୍ୱାରା, ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିବା ସହିତ ଗାଣ୍ଡିମୁର୍ତି ତଳେ ଧାରଣାରେ ବସିଛନ୍ତି ।

 

Leave A Reply

Your email address will not be published.