ଦୁଇ ଦିନିଆ ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା

0

ଭୁବନେଶ୍ୱର: ରାଜ୍ୟରେ ଏକାକୀ ବିଜେପି ସରକାର ଗଠନ ପରେ ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ପାଇଁ ସଂକଳ୍ପବଦ୍ଧ । ଏନେଇ ଜୋରଦାର ପ୍ରୟାସ ଆରମ୍ଭ ହୋଇଯାଇଥିବାବେଳେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏଥିପାଇଁ ପୂର୍ଣ୍ଣ ସହଯୋଗ କରୁଛନ୍ତି । ମୋଦିଜୀ ଓଡ଼ିଶାକୁ ସବୁବେଳେ ଗୁରୁତ୍ୱ ଦେଇଆସୁଛନ୍ତି । ତାଙ୍କ ନେତୃତ୍ୱରେ ଜାତୀୟସ୍ତରର ଅନେକ କାର୍ଯ୍ୟକ୍ରମ ତଥା ଗୁରୁତ୍ୱପୂର୍ଣ୍ଣ ବୈଠକ ଗତ ୩ ମାସ ମଧ୍ୟରେ ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି । ପୋଲିସ ମହାନିର୍ଦ୍ଦେଶକ ସମ୍ବିଳନୀଠାରୁ ଆରମ୍ଭ କରି ନୌସେନା ଦିବସ, ପ୍ରବାସୀ ଭାରତୀୟ ଦିବସ ଆଦି ଅନୁଷ୍ଠିତ ହୋଇଯାଇଛି । ୨୮ ତାରିଖରେ ପ୍ରଥମ ଥର ପାଇଁ ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି ।

ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ନଡ୍ଡା ଦୁଇଦିନଆ ଓଡ଼ିଶା ଗସ୍ତରେ ଅଛନ୍ତି ବିଜେପି ଅଧ୍ୟକ୍ଷ। ଭୁବନେଶ୍ୱରରେ ପହଂଚିବା ପରେ କୋଣାର୍କ ଯାଇ ରାତ୍ରୀଯାପନ କରିବେ ଆସନ୍ତାକାଲି ଶ୍ରୀ ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ ।

 

Leave A Reply

Your email address will not be published.