ଦକ୍ଷିଣ ଉପକୂଳ ଓଡ଼ିଶାରେ କାଳବୈଶାଖୀ: ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ନଭେମ୍ବର ୧୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଉପକୂଳ ଓଡ଼ିଶାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ଏହାର ପ୍ରଭାବରେ କେତେକ ଜିଲ୍ଲାରେ ହାଲକା ବର୍ଷା ସହିତ ପ୍ରବଳ ବର୍ଷା ହେବାରେ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ବୌଦ୍ଧ ରହିଛି । ଏହିସବୁ ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ୱର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ନଭେମ୍ବର ୧୭ରୁ ୧୮ ତାରିଖ ମଧ୍ୟରେ ରାୟଗଡ଼ା, ମାଲକାନଗିରି, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ପୁରୀ, ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବେଶାଖୀ ସହିତ ବର୍ଷା ସମ୍ଭାବନା ରହିଛି ।

ନଭେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.