ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ, ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପରେ ପରିଣତ ହେବ ।

 

ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହା ହସହିତ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଅନ୍ୟପକ୍ଷରେ, ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ରାଜ୍ୟଗୁଡ଼ିକ ହେଲା- ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ମାଲକାନଗିରି, କୋରାପୁଟ ଓ କଳାହାଣ୍ଡି ।

ସେହିପରି ଆସନ୍ତା ୯ ଓ ୧୦ ତାରିଖରେ ମଧ୍ୟ ରାଜ୍ୟର କେତେକ ଅଞ୍ଚଳରେ ବର୍ଷାର ପ୍ରକୋପ ଲାଗି ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାରେ ହେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.