ଏପ୍ରିଲ ୨ ରୁ ସକାଳୁଆ ସ୍କୁଲ

0

ଭୁବନେଶ୍ୱର : ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହି ସମୟରେ ସ୍କୁଲରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଡାକିଥିଲେ। ଯେଉଁ ବୈଠକରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ସକାଳୁଆ କରିବାକୁ ନିଷ୍ପତ୍ତି ହୋଇଛି। ସକାଳ ୭ଟାରୁ ୯ଟା ଚାଲିବ ଅଙ୍ଗନବାଡ଼ି। ଏଥିସହ ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ ଜିଲ୍ଲାପାଳ ମାନେ SOP ଜାରି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

। ସେହିପରି ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ପାଇଁ ଦିନ ୧୧ଟା ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଖରା ଦିନେ ବିଦ୍ୟୁତ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡା ନିର୍ଦ୍ଦେଶ ଦେଇଥିଲେ । ଅଘୋଷିତ ବିଦ୍ୟୁତ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ସେ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡିକୁ ପିକ୍‌ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନ ରେ କରିବା ପାଇଁ ସେ କହିଥିଲେ। ସାଂସଦ ଓ ବିଧାୟକ ମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 

Leave A Reply

Your email address will not be published.