ଏପ୍ରିଲ ୨ରୁ ସକାଳ ସାଢ଼େ ୬ଟାରେ ସ୍କୁଲ୍‌

ଭୁବନେଶ୍ୱର: ମାର୍ଚ୍ଚ ୩୦: ପ୍ରଥମରୁ ଅଷ୍ଟମ ପିଲାଙ୍କ ପାଇଁ ଏକ ବଡ଼ ଖବର ଆସିଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରକାଯାଇ ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ଆରମ୍ଭ ହେବ । ସକାଳ ୬ଟା ୩୦ରୁ ଦିନ ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ପାଠ ପଢ଼ା ଚାଲିବ । ଏହାସହ ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଚାଲିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି ।

ଅନ୍ୟପକ୍ଷରେ, ରାଜ୍ୟର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଏହାକୁ ନଜରରେ ରଖି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି । ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩୧ ପର୍ଯ୍ୟନ୍ତ ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲା ଲାଗି ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ରୁ ୨ ତାରିଖ ପର୍ଯ୍ୟନ୍ତ ୭ଟି ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Comments are closed.