ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ସଂଜୟ ମିଶ୍ର

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସଂଜୟ କୁମାର ମିଶ୍ର ଶପଥ ଗ୍ରହଣ କରିଛନ୍ତି । ଆଜି ହାଇକୋର୍ଟର ନୂଆ କନଫରେନ୍ସ ହଲରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକଫର ଜଷ୍ଟିସ ଏସ.ମୁରଲୀଧର ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତିଙ୍କୁ ଶପଥପାଠ କରାଇଥିଲେ । ଗୃହ ବିଭାଗର ପ୍ରମୁଖ ସଚିବ ସଂଜୀବ ଚୋପ୍ରା ବିଚାରପତିଙ୍କ ନିଯୁକ୍ତି ସମ୍ପର୍କିତ ଆଦେଶନାମା ପାଠ କରିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ ତ୍ରିପୁରା ହାଇକୋର୍ଟର ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିକୋର୍ଟ କଲେଜିଅମ୍‌ ସୁପାରିସ କରିଥିଲେ । ଏହାପରେ ଏ ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧, ଅକେଫାବର ୪ରେ ତ୍ରିପୁରାର ଉଦୟପୁରଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧, ନଭେମ୍ବର ୧୫ରେ ସେ ଗେହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ । ୨୦୧୩, ସେପେଫମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ସେହିଭଳି ଭାବେ ୨୦୨୨, ଜାନୁଆରି ୨୯ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ମିଶ୍ରଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବାବେଳେ ପରବର୍ତ୍ତୀ ସମୟରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୧୯୬୭, ନଭେମ୍ବର ୧୪ରେ ଇଂଜିନିୟର ବିଭୁତି ଭୂଷଣ ମିଶ୍ର ଓ ବନଲତା ମିଶ୍ରଙ୍କ ପୁଅ ଭାବେ ଶ୍ରୀ ମିଶ୍ର ଜନ୍ମ ଗ୍ରହଣ କରିଥିଲେ । ୧୯୮୩ରେ ତାଳଚେର ଥର୍ମାଲ ହାଇସ୍କୁୁଲରୁ ସେ ମାଟ୍ରିକ୍‌ ପାସ୍‌ କରିଥିଲେ । ଅନୁଗୁଳ ସରକାରୀ କଲେଜରୁ ସେ ବି.କମ୍‌ ପାସ୍‌ କରିବା ସହିତ ୧୯୯୦ରେ ମଧୁସୂଦନ ଆଇନ କଲେଜରୁ ଏଲଏଲ.ବି. ଡିଗ୍ରି ହାସିଲ କରିଥିଲେ । ୧୯୯୦, ନଭେମ୍ବର ୧୮ରେ ସେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିଲେ । ସାମ୍ବିଧାନିକ, ଶ୍ରମ, ଶିଳ୍ପ, ଚାକିରି ଆଦି ମାମଲା ପରିଚାଳନାରେ ତାଙ୍କର ବିଶେଷ ଦକ୍ଷତା ରହିଥିଲା । ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରି ଜଣେ ଦକ୍ଷ ଆଇନଜୀବୀ ଭାବେ ସୁନାମ ଅର୍ଜନ କରିଥିଲେ ।

Comments are closed.