ଆସନ୍ତା ମାଘ ସପ୍ତମୀ ଅବସରରେ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ମନା

କୋଣାର୍କ: ଜାନୁଆରୀ ୨୮: ଆସନ୍ତା ଫ୍ରେବୃଆରୀ ୭ ରେ ମାଘ ସପ୍ତମୀ ଅବସରରେ ଶ୍ରଦ୍ଧାଳୁମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଥାନ୍ତି । ଭୋରରୁ ଶ୍ରଦ୍ଧାଳୁ ବୁଡ଼ ପକାଇବା ସହ ପହିଲି ସୂର୍ଯ୍ୟ ଦର୍ଶନ କରିଥାନ୍ତି । ଗତ ବର୍ଷ ପରି ଏବର୍ଷରେ ମଧ୍ୟକରୋନା ବ୍ୟାପିବା ଆଶଙ୍କାରେ ପ୍ରସିଦ୍ଧ ମାଘମେଳାରେ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ମନା କରାଯାଇଛି ।

ଏନେଇ ଆଜି ସ୍ଥାନୀୟ ଯାତ୍ରୀ ନିବାସରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁରୀ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ନିମାପଡ଼ା ତହସିଲଦାର, ନିମାପଡ଼ା ବିଡିଓ , ଏସଡିପିଓ ପ୍ରମୁଖ ଯୋଗ ଦେଇଥିଲେ । ବୈଠକରେ ନିଷ୍ପତ୍ତି ଅନୁଯାୟୀ, ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର, ତ୍ରିବେଣୀଶ୍ୱରଙ୍କ ମହାସ୍ନାନ କଟକଣା ଭିତରେ ହେବ । ଏହାସହିତ ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପାଇଁ ଅନୁମତି ମିଳିବ । ଏଥିରେ ସେବାୟତ ଓ ଅଧିକାରୀ ଅଂଶଗ୍ରହଣ କରିବେ । କୋଭିଡ କଟକଣା ଭିତରେ ସର୍ବାଧିକ ୫୦୦ରୁ ୬ ଶହ ଲୋକଙ୍କୁ ଅନୁମତି ଦିଆଯାଇଛି ।

ଅନ୍ୟପକ୍ଷରେ, ଠାକୁରଙ୍କ ଯଥାବିଧି ପୂଜାର୍ଚ୍ଚନା ତଥା ନୀତିକାନ୍ତି ପୂର୍ବପରି ଅନୁଷ୍ଠିତ ହେବ । କେବଳ ନୀତିକାନ୍ତି ସହ ସଂପୃକ୍ତ ସେବାୟତ, ବିମାନ ଯାତ୍ରାରେ ସାମିଲ ସହାୟକ, ସରକାରୀ ଅଧିକାରୀ, କର୍ମଚାରୀ, ସ୍ଥାନୀୟ ସାମ୍ବାଦିକଙ୍କୁ ପଡ଼ିଆ ଭିତରକୁ ପ୍ରବେଶ ଅନୁମତି ମିଳିବ ।

Comments are closed.