ଭୁବନେଶ୍ୱର : ଓଡ଼ିଶାରେ ରହିଛି ଭରପୂର ସୁନା ଖଣି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି ।
ବିଧାୟକ ଚକ୍ରମଣି କହଁର ରାଜ୍ୟର କେଉଁ କେଉଁ ସ୍ଥାନରେ କେତୋଟି ସୁନା ଖଣିର ସନ୍ଧାନ ମିଳିଛି ଆଉ କେଉଁ କେଉଁ ନୂଆ ଖଣି କେଉଁ କେଉଁ ସ୍ଥାନରେ ଅଛି ସେନେଇ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି ।