ଠିକାଦାରଙ୍କ ବିଲ୍ ଟଙ୍କା ନଦେବା ଘଟଣାରେ ୩ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ପତି ଜବତ

0

ଭୁବନେଶ୍ବର: ଠିକାଦାରଙ୍କ ବିଲ୍ ଟଙ୍କା ନଦେବା ପଡ଼ିଲା ମହଙ୍ଗା । ୩ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌ ପାଇଁ ନିର୍ଦ୍ଦେଶ ଦେଲେ କୋର୍ଟ । ହୀରାକୁଦ ଡ୍ୟାମ୍‌ ମୁଖ୍ୟ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ । ସିନିୟର ସିଭିଲ ଜଜ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍ କରାଯିବ ।

ସୂଚନା ଅନୁସାରେ ୨୦୦୦ ମସିହାରେ, ଓରିଏଣ୍ଟ କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡ ସମ୍ବଲପୁର ରିଂ ରୋଡର କାମ କରିଥିଲା । ୨୦୦୫ ମସିହାରେ ରିଙ୍ଗ ରୋଡ କାମ ବାବଦକୁ ୫୨ ଲକ୍ଷ ଟଙ୍କା ବକେୟା ଥିଲା । ଏନେଇ ୨୦୦୯ ମସିହାରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ଠିକା ସଂସ୍ଥା । ଏନେଇ ୨୦୦୯ ମସିହାରେ ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ଠିକା ସଂସ୍ଥା । ୨୦୦୯ରେ ସୁଧ ମୂଳ ମିଶି ୧କୋଟି ୩୬ କୋଟି ଲକ୍ଷ ଟଙ୍କାରେ ପହଞ୍ଚିଥିଲା । ଟଙ୍କା ପଇଠ ନହେବାରୁ ୬ ପ୍ରତିଶତ ସୁଧ ଦେବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ବକେୟା ଟଙ୍କା ମିଳିନଥିଲା । ଏହି ବକେୟା ଟଙ୍କା ବଢି ବଢି ଅଗଷ୍ଟ ୨୦୨୪ ଯାଏ ୧କୋଟି ୮୮ ଲକ୍ଷ ହୋଇଯାଇଛି । ବାରମ୍ବାର ନୋଟିସ୍‌ ସତ୍ତ୍ବେ ବକେୟା ଟଙ୍କା ନଦେବାରୁ ୩ଟି ଅଫିସର ଆସବାବପତ୍ର ଜବତ ସହ ସଂପତ୍ତି ଆଟାଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

 

Leave A Reply

Your email address will not be published.