ଭୁବନେଶ୍ୱର : ଆଜି ଓଡ଼ିଶା ମାଟିରେ ପହଞ୍ଚିବ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ପ୍ରଶାନ୍ତ ଶତପଥୀଙ୍କ ମୃତଦେହ । ଅପରାହ୍ନରେ୨ଟା ୩୫ମିନିଟରେ ଶ୍ରୀନଗରରୁ ଓଡ଼ିଶା ଅଭିମୁଖେ ବାହାରିବ ମୃତଦେହ । ଦିଲ୍ଲୀ ଦେଇ ୯ ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବ ପ୍ରଶାନ୍ତଙ୍କ ମରଶରୀର । ଏହା ପରେ ଭୁବନେଶ୍ୱରରୁ ପୁଣି ବାଲେଶ୍ୱର ସ୍ଥିତ ତାଙ୍କ ବାସଭବନକୁ ନିଆଯିବ ପ୍ରଶାନ୍ତଙ୍କ ମୃତଦେହ । ପ୍ରଶାନ୍ତଙ୍କ ମୃତୁ୍ୟକୁ ନେଇ ରେମୁଣା ସାରଗାାଁରେ ଶୋକାକୂଳ ପରିବେଶ ଖେଳିଯାଇଛି । ପ୍ରଶାନ୍ତ ଶତପଥୀ ବାଲେଶ୍ୱର ଜିଲ୍ଲା ସାରଗାଁ ପଞ୍ଚାୟତ ଇସାଣୀର ବାସିନ୍ଦା। ଦୁଇ ଦିନ ତଳେ ପତ୍ନୀ ପ୍ରିୟଦର୍ଶିନୀ ଶତପଥୀ ଏବଂ ପୁଅ ତନୁଜ ଶତପଥୀଙ୍କ ସହ ପହଲଗାମ ବୁଲିବାକୁ ଯାଇଥିଲେ । ପ୍ରଶାନ୍ତଙ୍କ ମୃତ୍ୟୁ ଘଟଣା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ରେମୁଣା ବିଧାୟକ ପ୍ରଶାନ୍ତଙ୍କ ଘରେ ପହଞ୍ଚିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ସହଯୋଗ କରୁଥିବାବେଳେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗାଯୋଗରେ ଥିବା କହିଛନ୍ତି । ସେହିପରି ଆତଙ୍କୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ”ପାହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ମୁଁ ଦୃଢ ନିନ୍ଦା କରୁଛି । ଆମ ସମାଜରେ ହିଂସାର ସ୍ଥାନ ନାହିଁ । ମୃତକଙ୍କ ପରିବାରକୁ ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏପରି କଠିନ ସମୟରେ ଓଡ଼ିଶା ପୀଡିତ ଓ ସେମାନଙ୍କ ପରିବାର ସହ ଛିଡା ହୋଇଛି ।”
ସୂଚନା ଅନୁସାରେ ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ କଶ୍ମୀରର ପହଲଗାମରେ ୨ ଜଣ ବିଦେଶୀ ପର୍ଯ୍ୟଟକଙ୍କ ସହିତ ୨୬ ଜଣ ପର୍ଯ୍ୟଟକ ପ୍ରଵାହରାଇଥିବାର ସୂଚନା ମିଳିଛି ଇ ଏମାନଙ୍କ ମଧ୍ୟରେ ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇଛନ୍ତି ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ପ୍ରଶାନ୍ତ ଶତପଥୀ ଇ ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ । ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର୍ଯ୍ୟଟକମାନଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ । ଏହି ସମୟରେ ପ୍ରଶାନ୍ତଂକ ମୁଣ୍ଡରେ ଗୁଳି ବାଜିଥିଲା ଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟି ଥିବାନେଇ ଜମ୍ମୁ କଶ୍ମୀର ଅନନ୍ତନାଗ ପୋଲିସ ସ୍ପଷ୍ଟ କରିଥିଲା ।
ଅନ୍ୟପଟେ ଆଜି ସନ୍ଦିଗ୍ଧ ଅଂଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ସୁରକ୍ଷାକର୍ମୀଂକ ଗୁଳିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପାକିସ୍ତାନୀ ଆଡୁ ସୀମାପାର କରି ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଜବାବ ଦେଇଛି ଭାରତୀୟ ସେନା । ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ଅନ୍ୟାନ୍ୟ ଯୁଦ୍ଧ ସାମଗ୍ରୀ ଜବତ କରାଯାଇଛି। ସାମରିକ ଅଭିଯାନ ଜାରି ରହିଛି ।
୨୩ ଏପ୍ରିଲ ସକାଳେ ଉତ୍ତର କାଶ୍ମୀରର ଉରି ନାଲା ନିକଟ ସର୍ଜୀବନ ଅଞ୍ଚଳ ଦେଇ ଦୁଇରୁ ତିନି ଜଣ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ବୁଧବାର ୨ରୁ୩ ଜଣ ଆତଙ୍କବାଦୀ ଉରି ନାଲା ସର୍ଜିଭାନରେ ପ୍ରବେଶ ଉଦ୍ୟମ କରୁଥିବାବେଳେ ସୁରକ୍ଷାକର୍ମୀଙ୍କ ନଜରକୁ ଆସିଥିଲେ । ବୁଧବାର ସକାଳ ୮ଟା ସମୟରେ ଏ ଘଟଣା ଘଟିଥିବା ସୂଚନା ମିଳିଛି ।