ଆରମ୍ଭ ହେଲାଣି ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ

ମୁମ୍ବାଇ: ଜୁନ ୨୧: ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ସୂଚନା ଅନୁସାରେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶବନ୍ତ ସିହ୍ନାଙ୍କୁ ବିରୋଧୀ ଦଳରୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି । ସୂଚନା ମିଳିଛି ଯେ ଯଶବନ୍ତ ସିହ୍ନା ଜୁନ୍‌ ୨୭ରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ । ସୂଚନାଯୋଗ୍ୟ, ବିରୋଧୀ ଦଳର ଗତ ବୈଠକ ପୂର୍ବରୁ ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ପ୍ରସ୍ତାବ ଦେଇଥିଲେ । କି;ୁ ପାୱାର ଏହି ଦାବିକୁ ଗ୍ରହଣ କରିବାକୁ ମନା କରିଦେଇଥିଲେ । ସକ୍ରିୟ ରାଜନୀତିରେ ରହିବାକୁ ଚାହୁଁଥିବାରୁ ସେ ଏଭଳି ନିଷ୍ପତ୍ତି ନେଇଥିଲେ । ଏହା ବ୍ୟତୀତ ଗୋପାଳ କୃଷ୍ଣ ଗାନ୍ଧୀଙ୍କ ନାଁ ମଧ୍ୟ ଚର୍ଚ୍ଚାକୁ ଆସିଥିଲା । ହେଲେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶବନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।

Har Ghar Tiranga