ଆଉ ୨ ଦିନ ଜାରି ରହିବ କାଳବୈଶାଖୀର ତାଣ୍ଡବ, ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ

0

ଭୁବନେଶ୍ବର: ରାଜ୍ୟରେ ଦୁଇଦିନ ହେଲା କାଳବୈଶାଖୀର ତାଣ୍ଡବ ଜାରି ରହିଥିବାବେଳେ ଆଜି ବି ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଆସନ୍ତା ୨୫ ତାରିଖ ଯାଏଁ ସାରା ରାଜ୍ୟରେ ଏଭଳି ପାଗ ରହିବ।

ତେବେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ହୋଇପାରେ ।ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରାଯାଇଛି। ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ କୁଆପଥର ମାଡ଼ରେ ଚାଷ କ୍ଷତିଗ୍ରସ୍ତ ହେବା ସହ କଚ୍ଚା ଘର କାନ୍ଥ ଓ ଅନ୍ୟ ଦୁର୍ବଳ ଭିତ୍ତିଭୂମି ଭାଙ୍ଗି ଯିବାର ଆଶଙ୍କା ରହିଥିବାରୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

Leave A Reply

Your email address will not be published.