ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୯ରୁ ୨୨ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରାଯାଇଛି।
ଆସନ୍ତା ୧୯ ଓ ୨୨ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ତାରରେ ୮ ଜିଲ୍ଲାରେ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି।
ସେହି ଜିଲ୍ଲାକୁ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ,ଢ଼େଙ୍କାନାଳ ରହିଛି। ସେହି ଭଳି ୨୦ ଓ ୨୧ ତାରିଖରେ ୧୭ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୨୨ ତାରିଖରେ ୧୧ ଜିଲ୍ଲାକୁ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
